୧୧ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାସ୍ତରୀୟ ଓ ତାଲୁକସ୍ତରୀୟ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମଇ ୧୧ ତାରିଖରେ ସମସ୍ତ କୋର୍ଟ ଓ ସ୍ଥାନୀୟ ପୌରପରିଷଦସ୍ଥିତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ଅନୁଷ୍ଠିତ ହେବ । ଏହି ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବି·ରଧିନ ମୋକଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ରାଜସ୍ୱ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ) ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ·କିରି ସମନ୍ଧୀୟ (ଦରମା , ଭତ୍ତା ଓ ଅବସର କାଳୀନ ପ୍ରାପ୍ୟ), ମୋଟର ଯାନ ସମ୍ବଧୀୟ ଓ ଅନ୍ୟାନ୍ୟ ଦିୱାନୀ ମୋକଦମା ଇତ୍ୟାଦିର ଆପୋସ ସମାଧାନ ସହମତିରେ କରାଯାଇପାରିବ । ଲୋକ ଅଦାଲତରେ ମୋକଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ  । ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କାର୍ଯ୍ୟରତ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ପ୍ରଦାନ କରାଯାଇଛି ।